You are here
Home > Breaking News > ସମ୍ଭାବ୍ୟ ବର୍ଷା ପରିସ୍ଥିତିର ମୁକାବିଲା ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ବୈଠକ

ସମ୍ଭାବ୍ୟ ବର୍ଷା ପରିସ୍ଥିତିର ମୁକାବିଲା ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ବୈଠକ

ଭୁନନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଚିବାଳୟରେ ସମ୍ଭାବ୍ୟ ପ୍ରବଳ ବର୍ଷା ପରିସ୍ଥିତିର ମୁକାବିଲା ପାଇଁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ଆଲୋଚନା କରିଛନ୍ତି । ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଆଜି ଓ ଆସନ୍ତାକାଲି ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ତେଣୁ ଏହାର ମୁକାବିଲା ପାଇଁ ପ୍ରସ୍ତୁତ ରିହବାକୁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦେଇଛନ୍ତି । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ସ୍ୱାଧୀନତା ଦିବସ ପାଳନ ସ୍ଥଳରେ ଆବଶ୍ୟକ ବ୍ୟବସ୍ଥା ଗ୍ରହଣ କରାଯିବା ସହିତ ପରେଡର ଅଂଶଗ୍ରହଣ କରୁଥିବା ଛାତ୍ରଛାତ୍ରୀମାନେ ଯେପରି କୌଣସି ଅସୁବିଧାର ସମ୍ମୁଖୀନ ନହୁଅନ୍ତି, ସେଥିପାଇଁ ସ୍ୱତନ୍ତ୍ର ଧ୍ୟାନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ରାଜ୍ୟରେ ସବୁ ବଡ଼ ବଡ଼ ନଦୀର ଜଳପତ୍ତନ ବର୍ତ୍ତମାନ ବିପଦ ସଂକେତ ତଳେ ରହିଛି ବୋଲି ବୈଠକରେ ସୂଚନା ଦିଆଯାଇଥିଲା । ବର୍ତ୍ତମାନ ସୁଦ୍ଧା ସାରା ରାଜ୍ୟରେ ସ୍ୱାଭାବିକଠାରୁ ୫ ପ୍ରତିଶତ ଅଧିକ ବର୍ଷା ହୋଇଥିବା ପଳେ ଦେବଗଡ଼, ବଲାଙ୍ଗୀର ଓ ସୁନ୍ଦରଗଡ଼ ଜିଲ୍ଲାରେ ଅପେକ୍ଷାକୃତ କମ୍ ବର୍ଷା ହୋଇଛି । ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ପୋଲିସ ମହାନିର୍ଦ୍ଦେଶକ, ଉନ୍ନୟନ କମିଶନର, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ, ସ୍ୱତନ୍ତ୍ର ରିଲିଫ କମିଶନର, ବରିଷ୍ଠ ପୋଲିସ ଅଧିକାରୀ, ଭୁବନେଶ୍ୱର ମହାନଗର ନିଗମ କମିଶନର ଏବଂ ପାଣିପାଗ ନିର୍ଦ୍ଦେଶକ ପ୍ରମୁଖ ଉପସ୍ଥିତ ଥିଲେ ।

Loading...
ONA

Leave a Reply

Top