୨୧ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି, ଦୁଇ ଦିନ ଧରି ପ୍ରବଳ ଛେଚିବ

https://www.facebook.com/nnsodia/videos/267154983995629/?t=5

ଭୁବନେଶ୍ବର, ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ପାଶ୍ୱବର୍ତୀ ଅଂଚଳରେ ସୃଷ୍ଟି ଲଘୁଚାପ ଆଜି ସନ୍ଧ୍ୟା ସୁଦ୍ଧା ଘନୀଭୂତ ହୋଇଯାଇଛି । ଏହା ଉତ୍ତର ଆନ୍ଧ୍ରପ୍ରଦେଶ ଓ ଓଡିଶାର ଉପକୂଳ ଅଂଚଳରେ ପ୍ରବେଶ କରିବା ସହ ଆଜି ବିଳମ୍ବିତ ରାତି ଓ ଆସନ୍ତାକାଲି ସକାଳ ସୁଧା କଳିଙ୍ଗପଟନମ୍ ଓ ପୁରୀ ମଧ୍ୟରେ ଓଡିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ଅତିକ୍ରମ କରିବ । ଏହାର ପ୍ରଭାବରେ ଆଜି ଓ ଆସନ୍ତାକାଲି ଦୁଇ ଦିନ ଧରି ଘଡଘଡି ସହ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।୨୦ ଓ ୨୧ତାରିଖ ଦୁଇ ଦିନ ଧରି ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ ଭାରତୀୟ ପାଣିପାଗ ତରଫରୁ ୭ଟି ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ଉକ୍ତ ଜିଲ୍ଲା ଗଞ୍ଜାମ, ଗଜପତି, ପୁରୀ, ରାୟଗଡା, କଳାହାଣ୍ଡି, କୋରାପୁଟ ଓ କନ୍ଧମାଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ମାଲକାନଗିରି, ନବରଙ୍ଗପୁର, ନୂଆପଡା, ବଲାଙ୍ଗୀର, ବୌଦ୍ଧ, ସୋନପୁର, ଖୋର୍ଦ୍ଧା, ନୟାଗଡ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର ,ଭଦ୍ରକ ଓ ବାଲେଶ୍ୱର ପାଇଁ ଅରେଞ୍ଜ ୱାଣ୍ଣିଂ ଜାରି କରାଯାଇଛି । ଏପଟେ ଲଘୁଚାପର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଂଚଳରେ ବର୍ଷା ଜୋରସୋରରେ ହେଉଥିବାର ଦେଖିବାକୁ ମିଳୁଛି ।

 

1 COMMENT

ମତାମତ ଦିଅନ୍ତୁ

Please enter your comment!
Please enter your name here