୨୪ ଘଣ୍ଟାରେ ବର୍ଷିବ

ଭୁବନେଶ୍ୱର: ଗତକାଲି ଦକ୍ଷିଣ-ପୂର୍ବ ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ୱେଲମାର୍କଡ୍ ଲୋ ପ୍ରେସରରେ ପରିଣତ ହୋଇଛି । ଏହା ଆଜି ପୂର୍ବ କେନ୍ଦ୍ରୀୟ ଓ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଥିବା ବେଳେ  ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହାର ପ୍ରଭାବରେ  ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡଘଡି ଓ କୁଆପଥର ସହ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଭୁବନେଶ୍ୱର ପାଣିପାଗ କେନ୍ଦ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଜୟପୁର, କଟକ, ଅନୁଗୁଳ, ଢ଼େଙ୍କାନାଳ , କନ୍ଧମାଳ, ନୟାଗଡ, ଖୋର୍ଦ୍ଧା, ଗଞ୍ଜାମ, କେନ୍ଦ୍ରାପଡା, ବଲାଙ୍ଗୀର, ରାୟଗଡା, ମାଲକାନଗିରି, କଳାହାଣ୍ଡି, କୋରାପୁଟ ଓ ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ  । ଏହି ସମୟରେ ୫୦ ରୁ ୬୦ କିମି ବେଗରେ  ପବନ ବହିବା ସହ କୁଆପଥର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ  ସୂଚନା ଦେଇଛି । ତେବେ କାଳବୈଶାଖୀ ବର୍ଷା ପ୍ରଭାବରେ ରାଜ୍ୟରେ ତାତିରୁ ସାମାନ୍ୟ ଲାଘବ ମିଳିଛି ।