ଆହାର କେନ୍ଦ୍ରରେ ମିଲିବ ରାତ୍ରିଭୋଜନ : ମୁଖ୍ୟମନ୍ତ୍ରୀ

https://www.facebook.com/nnsodia/videos/267154983995629/?t=5

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ପୌରାଞ୍ଚଳ ଥିବା ଡାକ୍ତରଖାନା ମାନଙ୍କ ନିକଟରେ ବର୍ତ୍ତମାନ ୫୪ଟି ଆହାର କେନ୍ଦ୍ର ଖୋଲାଯାଇଛି । ଏହାଦ୍ୱାରା ଡାକ୍ତରଖାନାକୁ ଦୂର ସ୍ଥ।।ନରୁ ଲୋକମାନେ ମାତ୍ର ୫ ଟଙ୍କାରେ ଆହାର କେନ୍ଦ୍ରରୁ ଦିବା ଭୋଜନ ପାଇପାରୁଛନ୍ତି । ଏହି କାର୍ଯ୍ୟକ୍ରମର ଲୋକପ୍ରିୟତାକୁ ଏବଂ ଡାକ୍ତରଖାନାରେ ରହୁଥିବା ରୋଗୀମାନଙ୍କ ସଂପର୍କୀୟ ମାନଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଡାକ୍ତରଖାନାରେ ଥିବା ଆହାର କେନ୍ଦ୍ର ମାନଙ୍କରେ ରାତ୍ରିଭୋଜନ ବ୍ୟବସ୍ଥା ଆରମ୍ଭ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ଜାନୁଆରୀ ପହିଲାରୁ ଏହି ନୂଆ ବ୍ୟବସ୍ଥା ଆରମ୍ଭ ହେବ । ଏତଦବ୍ୟତୀତ ଏହି କାର୍ଯ୍ୟକ୍ରମରେ ଜନସାଧାରଣଙ୍କୁ ସମ୍ପୃକ୍ତ କରିବା ଉଦ୍ଦେଶ୍ୟରେ ଅନ୍ ଲାଇନରେ ଦାନ ବ୍ୟବସ୍ଥା ମଧ୍ୟ ଆରମ୍ଭ କରାଯିବ । ଜନସାଧାରଣ ସେମାନଙ୍କ ପ୍ରିୟଜନଙ୍କ ଜନ୍ମ ଦିବସ, ବିବାହ ବର୍ଷିକୀ ଏବଂ ଶ୍ରାଦ୍ଧ ଆଦି ଅବସରରେ ଚାହିଁଲେ ଆହାର କେନ୍ଦ୍ର ଜରିଆରେ ଲୋକମାନଙ୍କୁୁ ଖାଇବାକୁ ଦେଇପାରିବେ । ଏଥିିପାଇଁ କେବଳ ଅନ୍ ଲାଇନରେ ଦାନ ଗ୍ରହଣ କରାଯିବ । ଏବଂ ଏଥିରେ ଶତପ୍ରତିଶତ ଆୟକର ରିହାତି ମିଳିବ । ଆଜି ସଚିବାଳୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛିି । ସେହିପରି ବର୍ତ୍ତମାନ ରାଜ୍ୟର ୭୬ଟି ପୌରାଞ୍ଚଳରେ ଆହାର କେନ୍ଦ୍ର ଥିବାବେଲେ ଆସନ୍ତା ଜାନୁଆରୀ ୨୬ ତାରିଖ ଦିନ ଟାରୁ ଏହି ସୁବିଧା ସାରା ରାଜ୍ୟର ଅବଶିଷ୍ଟ ୩୨ଟି ପୌରାଞ୍ଚଳରେ ଉପଲବ୍ଦ ହେବ । ଏହି ନୂତନ ବ୍ୟବସ୍ଥା ଦ୍ୱାରା କେନ୍ଦ୍ରରେ ସାରା ରାଜ୍ୟରେ ଦୈନିକ ଏକ ଲକ୍ଷ ଲୋକଙ୍କୁ ରିହାତି ଦରରେ ଖାଦ୍ୟ ଯୋଗାଇ ଦିଆଯାଇପାରିବ । ଆହାର କେନ୍ଦ୍ରମାନଙ୍କରେ ଦିଆଯାଉଥିବା ଖାଦ୍ୟର ଗୁଣବତ୍ତା ଏବଂ ପରୁଚ୍ଛନ୍ନତାର ନିୟମିତ ତଦାରଖ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ । ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ଅର୍ଥ ବିଭାଗର ପ୍ରମୁଖ ସଚିବ ଏବଂ ଗୃହ ଓ ନଗର ଉନ୍ନୟନ ବିବାଗର ସଚିବ ଉପସ୍ଥିତ ଥିଲେ ।

ମତାମତ ଦିଅନ୍ତୁ

Please enter your comment!
Please enter your name here