ରାଜ୍ୟ ସ୍ତରୀୟ ସ୍ୱାଦୀନତା ଦିବସରେ ଜାତୀୟ ପତାକା ଉତୋଳନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ୭୨ ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସରେ ଜାତୀୟ ପତାକା ଉତୋଳନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱର ମହାତ୍ମାଗାନ୍ଧୀ ମାର୍ଗରେ ଅନୁଷ୍ଟିତ ରାଜ୍ୟସ୍ତରୀୟ ପରେଡରେ ଅଭିବାଦନ ଗ୍ରହଣକରିଛନ୍ତି ମୁଖ୍ୟମନ୍ତ୍ରୀ ।  ସ୍ୱାଧୀନତା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ,“ଆମ ସରକାର ଚାଷୀ, ମହିଳା ଓ ଯୁବକଙ୍କୁ ଗୁରୁତ୍ୱ ଦେଉଛି। ଏମାନଙ୍କୁ ୧ ପ୍ରତିଶତ ସୁଧରେ ଋଣ ଦିଆଯାଉଛି।”

ଏହି ଅବସରରେ ସେ ଆଜିଠୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଶୁଭାରମ୍ଭ କରଛନ୍ତି । ୭୨ତମ ସ୍ୱାଧୀନତା ଦିବସର ଅବସରରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରି ବୁଧବାର ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ୱାଧୀନତା ସଂଗ୍ରାମରେ ଓଡ଼ିଶାର ବିଶେଷ ଭୂମିକା ରହିଛି। ଆଜିଠୁ ରାଜ୍ୟରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଆରମ୍ଭ ହେଉଛି। ଯୋଜନା ଦ୍ୱାରା ଓଡ଼ିଶାର ୭୦ ଲକ୍ଷ ପରିବାର ଉପକୃତ ହେବେ। ଏହାସହ ଶକ୍ତିଶାଳୀ ଓଡ଼ିଶା ଗଠନ କରିବାକୁ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଆହ୍ୱାନ କରିଛନ୍ତି। ଆମ ସରକାର ସର୍ବଦା ଚାଷୀ, ମହିଳା ଓ ଯୁବକଙ୍କୁ ଗୁରୁତ୍ୱ ଦେଉଛି। ଚାଷୀଙ୍କୁ ୧ ପ୍ରତିଶତ ସୁଧରେ ଋଣ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।