କାଳିଆ ଯୋଜନା ଆବେଦନ ଅବଧି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

https://www.facebook.com/nnsodia/videos/267154983995629/?t=5

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଚାଷୀଙ୍କ ଲାଗି ଆରମ୍ଭ କରିଥିବା ‘କାଳିଆ’ ଯୋଜନାରେ ଆବେଦନ ଫର୍ମ ଦାଖଲ କରିବାର ତାରିଖକୁ ଘୁଞ୍ଚାଇ ଆଦିକ କରିଯିବ ବୋଲି ସୂଚନା ମିଳିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବରିଷ୍ଠ ଅଧିକାରୀମାନଙ୍କ ସହ କାଳିଆ ଯୋଜନାର କାର୍ଯ୍ୟକାରିତା ସମ୍ପର୍କରେ ଆଲୋଚନା କରିଥିଲେ ବୋଲି ସୂଚନା ମିଳୁଛି । କାଳିଆ ଯୋଜନାରେ ସାମିଲ ହେବା ପାଇଁ ଚାଷୀ ମାନଙ୍କର ଆଗ୍ରହକୁ ଦୃଷ୍ଟିରେ ରଖି ଆବେଦନ ଫର୍ମ ଦାଖଲର ଶେଷ ତାରିଖ ଜାନୁୟାରୀ ୧୦ ତାରିଖରୁ ଜାନୁଆରୀ ୧୫ ତାରିଖକୁ ଘୁଞ୍ଚାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ଦ୍ୱିତୀୟ ପର୍ଯ୍ୟାୟରେ ଆବେଦନ ଜାନୁଆରୀ ୨୫ ତାରିଖରୁ ଆରମ୍ଭ ହୋଇ ଫେବୃଆରୀ ୫ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି । ଆବଶ୍ୟକ ସ୍ଥଳେ ତୃତୀୟ ପର୍ଯ୍ୟାୟ ଆବେଦନ ପାଇଁ ପରବର୍ତ୍ତୀ ସମୟରେ ନିଷ୍ପତ୍ତି କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାଯକ କହିଛନ୍ତି । କାଳିଆ ଯୋଜନାରୁ ଯେପରି ଜଣେ ବି ଯୋଗ୍ୟ ଚାଷୀ ବାଦ୍ ନ ପଡେ, ସେଥିପ୍ରତି ବିଶେଷ ଯତ୍ନବାନ ହେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ତେବେ ଚାଷୀଙ୍କର ଉତ୍ସାହକୁ ଦୃଷ୍ଟିରେ ରଖି ନବୀନ ପଟ୍ଟନାୟକ ଏହି ନିଷ୍ପତ୍ତି ଆଜି ଶୁଣାଇଛନ୍ତି |

 

ମତାମତ ଦିଅନ୍ତୁ

Please enter your comment!
Please enter your name here