ଉତ୍ତର ଓଡିଶାରେ ପ୍ରବଳ ଛେଚିବ, ୯ଟି ଜିଲ୍ଲାକୁ ସର୍ତକ ସୂଚନା

https://www.facebook.com/nnsodia/videos/267154983995629/?t=5

ଭୁବନେଶ୍ୱର, ଆଜି ଉତ୍ତର ଓଡିଶାରେ ପ୍ରବଳ ବର୍ଷା ସମ୍ବାବନା ରହିଛି । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜି ସାରା ରାଜ୍ୟରେ ବର୍ଷା ହେବାକୁ ଥିବା ବେଳେ ଉତ୍ତର ଓଡିଶା ଓ ଦକ୍ଷିଣ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ସୂଚନା ମିଳିଛି । ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ, କଟକ, କେନ୍ଦ୍ରାପଡା ଏବଂ ପୁରୀ ଜିଲ୍ଲାରେ ବର୍ଷାର ପ୍ରଭାବ ଅଧିକ ରହିବ ବୋଲି ସୂଚନା ମିଳିଛି । ବର୍ଷା ସମୟରେ ପବନ ଅଧିକା ହୋଇପାରେ ବୋଲି ମଧ୍ୟ ସୂଚନା ମିଳିଛି । ତେଣୁ ମତ୍ସ୍ୟଜୀବୀଙ୍କୁ ୪୮ ଘଣ୍ଟା ପଯ୍ୟନ୍ତ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି । ସକାଳୁ ଅନେକ ସ୍ଥାନରେ ବର୍ଷା ଲାଗି ରହିଥିବାରଦ୍ଧ୍ ଦେଖିବାକୁ ମିଳୁଛି ।

ମତାମତ ଦିଅନ୍ତୁ

Please enter your comment!
Please enter your name here